ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ

କୋଭିଡ-19 ସଂକ୍ରମଣର ମୁକାବିଲା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଆବଶ୍ୟକ ପୋଲିସ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ

Posted On: 11 APR 2020 8:18PM by PIB Bhubaneshwar

କୋଭିଡ-19 ମୁକାବିଲାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ ବିଭିନ୍ନ ସ୍ଥାନରେ ଆକ୍ରମଣ ହେଉଥିବା ଘଟଣା ନଜରକୁ ଆସିବା ପରେ ସେମାନଙ୍କୁ ଆବଶ୍ୟକ ପୋଲିସ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ଏବଂ ସମ୍ପୃକ୍ତ ପୋଲିସ କର୍ତ୍ତୃପକ୍ଷଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ପରିସରରେ ଏବଂ କୋଭିଡ-19 ପଜିଟିଭ ଚିହ୍ନଟ ହୋଇଥିବା ଏବଂ କ୍ବାରେଣ୍ଟାଇନରେ ଥିବା ସନ୍ଦିଗ୍ଧ ଲୋକଙ୍କୁ ଯାଞ୍ଚ କିମ୍ବା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିବା ସ୍ଥାନରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସୁରକ୍ଷା ଦେବାକୁ ଏହି ନିର୍ଦ୍ଦେଶରେ କୁହାଯାଇଛି।

ରୋଗର ଲକ୍ଷଣ ଦେଖାଦେଲେ ସ୍କ୍ରିନିଂ ପାଇଁ ବିଭିନ୍ନ ସ୍ଥାନକୁ ଯାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ପୋଲିସ ସୁରକ୍ଷା ପ୍ରଦାନ କରିବାକୁ ଏହି ନିର୍ଦ୍ଦେଶରେ କୁହାଯାଇଛି। 

 

***********



(Release ID: 1613471) Visitor Counter : 134