ଯୋଗାଯୋଗ ମନ୍ତ୍ରଣାଳୟ

ଡାକ କର୍ମଚାରୀଙ୍କୁ 10 ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ

प्रविष्टि तिथि: 18 APR 2020 12:56PM by PIB Bhubaneshwar

ଡାକ କର୍ମଚାରୀମାନେ କାର୍ଯ୍ୟରତ ଅବସ୍ଥାରେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଯଦି ପ୍ରାଣ ହରାନ୍ତି ତେବେ ସେମାନଙ୍କୁ 10 ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ମିଳିବଡାକ ବିଭାଗ ଅତ୍ୟାବଶ୍ୟକ ସେବାର ଅନ୍ତର୍ଭୁକ୍ତ ହୋଇଥିବାରୁ ଏହାର କର୍ମଚାରୀମାନେ କରୋନା ସଂକ୍ରମଣ କାଳରେ ବିଭିନ୍ନ ଡାକସେବା ସହ ଏହି ବ୍ୟାଧିର ଚିକିତ୍ସା ନିରାକରଣରେ ବ୍ୟବହୃତ ହେଉଥିବା ଔଷଧ ସାମଗ୍ରୀ/ପାର୍ସଲ ଆଦି ବାଣ୍ଟୁଛନ୍ତିଏହି ଦାୟିତ୍ୱ ନିର୍ବାହନ କାଳରେ ସେମାନେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ସମ୍ଭାବନା ରହିଛିତେଣୁ ଏଭଳି ସ୍ଥିତିରେ ଯଦି କୌଣସି ଡାକ କର୍ମଚାରୀଙ୍କର ମୃତ୍ୟୁ ଘଟେ ସେମାନଙ୍କୁ ପ୍ରତ୍ୟେକ 10 ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦିଆଯିବଉଭୟ ଗ୍ରାମୀଣ  ତଥା ଅନ୍ୟାନ୍ୟ ଡାକ କର୍ମଚାରୀମାନେ ଏହି ସୁବିଧା ପାଇବେଏଥିପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛିଏହି ନିର୍ଦ୍ଦେଶାବଳୀ ତୁରନ୍ତ ଲାଗୁ ହେବା ସହିତ କରୋନା ସଂକ୍ରମଣ କାଳ ପର୍ଯ୍ୟନ୍ତ ଏହା ଅବ୍ୟାହତ ରହିବ

ଡାକ କର୍ମଚାରୀ ଏବଂ ଗ୍ରାମାଞ୍ଚଳରେ ସବୁ ଡାକଘର ଗ୍ରାମୀଣ ଡାକସେବକ ନିଜର କର୍ତ୍ତବ୍ୟ ପାଳନ ଅବସରରେ ଅତ୍ୟାବଶ୍ୟକ ସେବା ଯୋଗାଇବା ସହ କୋଭିଡ-19 ସଂକଟ କାଳରେ ଏକ ବଡ ସାମାଜିକ ଦାୟିତ୍ୱ ନିର୍ବାହ କରୁଛନ୍ତିସେ ଦୃଷ୍ଟିରୁ ସେମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବାର ଯଥାର୍ଥତା ରହିଥିବା ଅନୁଭବ କରିବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି

 

**************


(रिलीज़ आईडी: 1615701) आगंतुक पटल : 206
इस विज्ञप्ति को इन भाषाओं में पढ़ें: Marathi , English , Urdu , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam