ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଇଣ୍ଡୋନେସିଆ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

प्रविष्टि तिथि: 28 APR 2020 3:27PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହୀମ ଜୋକୋ ୱିଡୋଡୋଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତଳାପ କରିଛନ୍ତି

ଉଭୟ ନେତା କୋଭିଡ-19 ମହାମାରୀର ସଂକ୍ରମଣ ବିଷୟରେ ଆଲୋଚନା କରିଥିଲେଇଣ୍ଡୋନେସିଆକୁ ମେଡିକାଲ ସାମଗ୍ରୀ ଯୋଗାଇ ଦେଇଥିବାରୁ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି

ଇଣ୍ଡୋନେସିଆକୁ ଔଷଧ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାଲାଗି ଭାରତ ସମସ୍ତ ପ୍ରଚେଷ୍ଟା କରିବ ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ପ୍ରଦାନ କରିଥିଲେ

ଉଭୟ ଦେଶରେ ନାଗରିକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଦୁଇ ନେତା ବିସ୍ତୃତ ଭାବେ ଆଲୋଚନା କରିଥିଲେ ଏବଂ ଉଭୟ ଦେଶର ଟିମ ବରାବର ଯୋଗାଯୋଗରେ ରହି ଏହି ପରିସ୍ଥିତିର ମୁକାବିଲା କରିବେ ବୋଲି ସହମତ ହୋଇଥିଲେ

ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଇଣ୍ଡୋନେସିଆ ହେଉଛି ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ସହଯୋଗୀ ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗରେ ବୃଦ୍ଧି କୋଭିଡ-19 ବୈଶ୍ୱିକ ମହାମାରୀର ମୁକାବିଲା କରିବାରେ ସହାୟକ ହେବ

ଏହି ଅବସରରେ ପ୍ରଧାନମନ୍ତ୍ରୀ ପବିତ୍ର ରମଜାନ ମାସ ଉପଲକ୍ଷେ ଇଣ୍ଡୋନେସିଆର ରାଷ୍ଟ୍ରପତି ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ

 

******************


(रिलीज़ आईडी: 1618946) आगंतुक पटल : 230
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Telugu , Kannada , Malayalam