ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କରେ ସଦ୍ୟତମ ସୂଚନା

Posted On: 02 MAY 2020 4:36PM by PIB Bhubaneshwar

ଏକ ସତର୍କ, ସକ୍ରିୟ ତଥା ବର୍ଗୀକୃତ ମୁକାବିଲା ନୀତିର ଅଂଶବିଶେଷ ସ୍ବରୂପ ରାଜ୍ୟ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ସହିତ ମିଶି ଭାରତ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ଏହାକୁ ନିୟମିତ ଭାବେ ଉଚ୍ଚସ୍ତରରେ ସମୀକ୍ଷା ଏବଂ ଅନୁଧ୍ୟାନ କରାଯାଉଛି

ଗତକାଲି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ)ର ଯୁକ୍ତିଯୁକ୍ତ ଉପଯୋଗ ନିମନ୍ତେ ଅତିରିକ୍ତ ଗାଇଡଲାଇନ ଜାରି କରାଯାଇଥିଲା। ପୂର୍ବରୁ ‘ବ୍ୟକ୍ତିଗତ ସୁରକ୍ଷା ଉପକରଣର ଯୁକ୍ତିଯୁକ୍ତ ବ୍ୟବହାର’ ନିମନ୍ତେ ଜାରି ହୋଇଥିବା ଗାଇଡଲାଇନ ଆଧାରରେ ଏହି ଗାଇଡଲାଇନ ଜାରି ହୋଇଛି। ବିସ୍ତୃତ ଗାଇଡଲାଇନ

: https://www.mohfw.gov.in/pdf/AdditionalguidelinesonrationaluseofPersonalProtectiveEquipmentsettingapproachforHealthfunctionariesworkinginnonCOVIDareas.pdf ରେ ଉପଲବ୍ଧ ରହିଛି।

ବର୍ତ୍ତମାନ ସୁଦ୍ଧା ମୋଟ 9950 ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଗତ 24 ଘଣ୍ଟା ମଧ୍ୟରେ 1061 ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଆରୋଗ୍ୟ ହାର 26.65 ପ୍ରତିଶତ ରହିଛି ଦେଶରେ ଗତକାଲି ଅପେକ୍ଷା 2293ଟି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ସାରା ଦେଶରେ କୋଭିଡ-19 ସଂକ୍ରମିତଙ୍କ ସଂଖ୍ୟା 37,336ରେ ପହଞ୍ଚିଛି।

କୋଭିଡ-19 ସଂକ୍ରାନ୍ତରେ ସମସ୍ତ ପ୍ରକାରର ଭରସାଯୋଗ୍ୟ ଓ ସତ୍ୟ ଆଧାରିତ ବୈଷୟିକ ସୂଚନା, ଗାଇଡଲାଇନ ଏବଂ ମାର୍ଗଦର୍ଶିକା ନିମନ୍ତେ ନିୟମିତ ଭାବେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ୱେବସାଇଟ୍ https://www.mohfw.gov.in/ ଦେଖନ୍ତୁ।

କୋଭିଡ-19 ସମ୍ପର୍କରେ କୌଣସି ବୈଷୟିକ ସନ୍ଦେହର ସମାଧାନ ଲାଗି technicalquery.covid19[at]gov[dot]inରେ ଏବଂ ଅନ୍ୟ କିଛି ବିଷୟରେ ଜାଣିବାକୁ ଚାହୁଁଥିଲେ ncov2019[at]gov[dot]in ରେ ଇମେଲ କରନ୍ତୁ କିମ୍ବା  @CovidIndiaSeva ରେ ଟ୍ବିଟ କରନ୍ତୁ

କୋଭିଡ-19 ସଂକ୍ରାନ୍ତରେ କୌଣସି ସୂଚନା ପାଇବାକୁ ଚାହୁଁଥିଲେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : : +91-11-23978046 or 1075 (ଶୁଳ୍କମୁକ୍ତ)ରେ କଲ କରନ୍ତୁ। କୋଭିଡ-19 ସଂକ୍ରାନ୍ତରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକର ହେଲ୍ପଲାଇନ ନଂ https://www.mohfw.gov.in/pdf/coronvavirushelplinenumber.pdfରେ ଉପଲବ୍ଧ ରହିଛି

*********

 



(Release ID: 1620495) Visitor Counter : 144