ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ

ଅଚଳ ଓ ଅବୈଧ ଫାଷ୍ଟଟ୍ୟାଗ ଥିବା ଗାଡିରୁ ଦୁଇଗୁଣା ପଥକର ଆଦାୟ କରାଯିବ

Posted On: 17 MAY 2020 2:08PM by PIB Bhubaneshwar

ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ଟୋଲ (ପଥକର) ଆଦାୟ ସଂକ୍ରାନ୍ତ ନିୟମର ସଂଶୋଧନ କରାଯାଇ ଏହି ମର୍ମରେ ଏକ ବିଜ୍ଞପ୍ତି ଚଳିତ ମାସ 15 ତାରିଖରେ ଜାରି କରାଯାଇଛି । ଏହା ଫଳରେ 2008ର ଜାତୀୟ ରାଜମାର୍ଗ ଦେୟ (ଦେୟ ନିର୍ଦ୍ଧାରଣ ଓ ସଂଗ୍ରହ) ଆଇନ ବଦଳିଛି ।

ନୂତନ ବିଜ୍ଞପ୍ତି ଅନୁସାରେ କୌଣସି ଯାନରେ ଯଦି ଫାଷ୍ଟଟ୍ୟାଗ ଲାଗିନଥିବ କିମ୍ବା ଏହା ଅଚଳ ଅଥବା ଅବୈଧ ହୋଇଥିବ, ତେବେ ସେଭଳି ଯାନ ଉପରେ ଗାଡିର ଶ୍ରେଣୀ ବିଭାଗ ଅନୁସାରେ ଦୁଇଗୁଣ ଟୋଲ ଫି (ପଥକର) ଆଦାୟ ହେବ । ଏଭଳି ଯାନ ଲାଗି ଟୋଲ ପ୍ଲାଜାର ଫାଷ୍ଟଟ୍ୟାଗ ଲେନକୁ ପ୍ରବେଶ କରେ ତେବେ ସେଥିରୁ ସ୍ୱାଭାବିକ ଟୋଲ ଠାରୁ ଦୁଇଗୁଣ ଅର୍ଥ ଆଦାୟ କରାଯିବାର ବ୍ୟବସ୍ଥା ହୋଇଛି ।

ଏହି ସଂଶୋଧନ ପୂର୍ବରୁ ଗାଡି ବ୍ୟବହାରକାରୀଙ୍କୁ ବିନା ଫାଷ୍ଟଟ୍ୟାଗରେ ଟୋଲ ପ୍ଲାଜାର ଫାଷ୍ଟଟ୍ୟାଗ ଡେଡିକେଟେଡ୍ ଲେନରେ ପ୍ରବେଶ କଲେ ଦୁଇଗୁଣ ଟୋଲ ଫି ଦେବାକୁ  ପଡୁଥିଲା ।

 

**********



(Release ID: 1624719) Visitor Counter : 266