ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

‘ଅମ୍ଫନ’ ଘୂର୍ଣ୍ଣିବାତ୍ୟା ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

• ପରିସ୍ଥିତିର ମୁକାବିଲା ଲାଗି 25 ଏନଡିଆରଏଫ ଦଳ ମୁତୟନ

ପୋଷ୍ଟ କରାଯିବା ଦିନାଙ୍କ: 18 MAY 2020 5:39PM by PIB Bhubaneswar

ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ‘ଅମ୍ଫନ’କୁ ସାମନା କରିବା ଲାଗି ନିଆଯିବାକୁ ଥିବା ପଦକ୍ଷେପର ସମୀକ୍ଷା କରିଛନ୍ତି ।

ପ୍ରଧାନମନ୍ତ୍ରୀ ପରିସ୍ଥିତିର ସମ୍ପୂର୍ଣ୍ଣ ସମୀକ୍ଷା କରିବା ସହ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆରଏଫ) ପକ୍ଷରୁ କରାଯାଇଥିବା ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିଛନ୍ତି ।  ଏନଡିଆରଏଫର ଯୋଜନା ସମ୍ପର୍କରେ ସୂଚନା ଦେଇ ଏହାର ମହାନିର୍ଦ୍ଦେଶକ କହିଛନ୍ତି ଯେ, ଘଟଣାସ୍ଥଳରେ 25ଟି ଟିମ ମୁତୟନ ହୋଇଥିବା ବେଳେ ଆହୁରି 12ଟି ଟିମକୁ ସଜାଗ ରଖାଯାଇଛି । ଏନଡିଆରଏଫର ଆହୁରି 24ଟି ଟିମ ମଧ୍ୟ ଦେଶର ବିଭିନ୍ନ ସ୍ଥାନରେ ସମ୍ଭାବ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ।   

ବୈଠକରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀ ପି.କେ ସିହ୍ନା, କ୍ୟାବିନେଟ ସଚିବ ଶ୍ରୀ ରାଜୀବ ଗୌବା ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

**********


(ରିଲିଜ ଆଡି: 1624932) ପରିଦର୍ଶକ କାଉଣ୍ଟର : 204