ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

ପୋଷ୍ଟ କରାଯିବା ଦିନାଙ୍କ: 25 MAY 2020 7:27PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ ଯୋଗେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ କଥାବାର୍ତ୍ତା କରିଛନ୍ତି । ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ବାଂଲାଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ଇଦ-ଉଲ-ଫିତରର ଶୁଭେଚ୍ଛା ଜଣାଇଥିଲେ ।

ଦୁଇ ନେତା ଉଭୟ ଦେଶରେ ଘୂର୍ଣ୍ଣିବାତ୍ୟା ଅମ୍ଫନ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ କରିଥିଲେ । ଉଭୟେ କୋଭିଡ ମହାମାରୀର ସାମ୍ପ୍ରତିକ ପରିସ୍ଥିତି ଏବଂ ଏହି ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ସହଯୋଗ ନେଇ ମଧ୍ୟ ଆଲୋଚନା କରିଥିଲେ । ଏହି ଆହ୍ଵାନମୂଳକ ପରିସ୍ଥିତିର ମୁକାବିଲା ପାଇଁ ବାଂଲାଦେଶକୁ ଭାରତର ସମର୍ଥନ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଆଶ୍ଵାସନା ଦେଇଥିଲେ ।

ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ବାଂଲାଦେଶର ବନ୍ଧୁବତ୍ସଳ ଲୋକଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ ।

 

**********


(ରିଲିଜ ଆଡି: 1626814) ପରିଦର୍ଶକ କାଉଣ୍ଟର : 346