ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା
Posted On:
29 MAY 2020 4:56PM by PIB Bhubaneshwar
ଭାରତ ସରକାର କୋଭିଡ-19ର ପ୍ରତିରୋଧ, ନିରୋଧ ଏବଂ ପରିଚାଳନା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ସହିତ ଅନେକ ପଦକ୍ଷେପ ନେଉଛନ୍ତି । ଏଗୁଡିକ ନିୟମିତ ଭାବରେ ସର୍ବୋଚ୍ଚ ସ୍ତରରେ ସମୀକ୍ଷା ଏବଂ ତଦାରଖ ମଧ୍ୟ କରାଯାଉଛି ।
ବର୍ତ୍ତମାନ 89,987 ଜଣ କୋଭିଡ-19 ସଂକ୍ରମିତ ଚିକିତ୍ସିତ ହେଉଥିବା ବେଳେ 71,105 ଜଣ ଆରୋଗ୍ୟ ଲାଭ କରିଛନ୍ତି । କେବଳ ଗତ 24 ଘଣ୍ଟା ମଧ୍ୟରେ 3,414 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଫଳରେ ଆରୋଗ୍ୟ ଲାଭ କରୁଥିବା ରୋଗୀଙ୍କ ସଂଖ୍ୟା 42.89 ପ୍ରତିଶତକୁ ପହଞ୍ଚିଛି ।
କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA ।
ଏ ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ technicalquery.covid19[at]gov[dot]in ଏବଂ ncov2019[at]gov[dot]in ଏବଂ @CovidIndiaSeva କୁ ପଠାଇ ପାରିବେ ।
କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ ।
https://www.mohfw.gov.in/pdf/coronvavirushelplinenumber.pdf
**********
(Release ID: 1627764)
Visitor Counter : 329
Read this release in:
English
,
Urdu
,
Marathi
,
Hindi
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam