ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

Posted On: 06 JUN 2020 1:30PM by PIB Bhubaneshwar

ଦେଶରେ ଗତ 24 ଘଣ୍ଟା ମଧ୍ୟରେ 4,611 ଜଣ କୋଭିଡ-19 ରୋଗୀ ସୁସ୍ଥ ହୋଇଛନ୍ତି ଏପର୍ଯ୍ୟନ୍ତ ମୋଟ 1,14,073 ଜଣ କୋଭିଡ-19 ରୋଗୀ ଆରୋଗ୍ୟ ଲାଭ କରିଛନ୍ତି ବର୍ତ୍ତମାନ ଆରୋଗ୍ୟ ଲାଭ ହାର 48.20% ରହିଛି 1,15,942 ଜଣ ସକ୍ରିୟ ରୋଗୀ ଚିକିତ୍ସାଧୀନ ଅଛନ୍ତି

ସଂକ୍ରମିତ ବ୍ୟକ୍ତିଙ୍କ ମଧ୍ୟରୁ କରୋନା ଭୂତାଣୁ ଚିହ୍ନଟ ପାଇଁ ଆଇସିଏମଆର ପରୀକ୍ଷଣ କ୍ଷମତାକୁ ଆହୁରି ବୃଦ୍ଧି କରିଛି ସରକାରୀ ପରୀକ୍ଷାଗାର ସଂଖ୍ୟା 520କୁ ବୃଦ୍ଧି କରାଯାଇଥିବା ବେଳେ ଘରୋଇ ପରୀକ୍ଷାଗାର ସଂଖ୍ୟା 222 କୁ ବୃଦ୍ଧି କରାଯାଇଛି (ମୋଟ 742) ଗତ 24 ଘଣ୍ଟା ମଧ୍ୟରେ 1,37,938 ନମୁନା ପରୀକ୍ଷା କରାଯାଇଥିଲା ଏପର୍ଯ୍ୟନ୍ତ ପରୀକ୍ଷିତ ମୋଟ ନମୁନା ସଂଖ୍ୟା ହେଉଛି 45,24,317 |

କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA

ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ technicalquery.covid19[at]gov[dot]in ଏବଂ ncov2019[at]gov[dot]in ଏବଂ @CovidIndiaSeva କୁ ପଠାଇ ପାରିବେ

କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ

https://www.mohfw.gov.in/pdf/coronvavirushelplinenumber.pdf

 

**********

 

 

 



(Release ID: 1629899) Visitor Counter : 222