ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା

• ଆରୋଗ୍ୟ ହାର ଶତକଡା 52.47 କୁ ବୃଦ୍ଧି
• କୋଭିଡ-19କୁ ନେଇ ଥିବା ଅନ୍ଧବିଶ୍ଵାସର ମୁକାବିଲା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା

Posted On: 16 JUN 2020 2:15PM by PIB Bhubaneshwar

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 10,215 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ଏ ପର୍ଯ୍ୟନ୍ତ 1,80,012 ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଆରୋଗ୍ୟ ହାର ଶତକଡା 52.47 ରହିଛି । ଅଧାରୁ ଅଧିକ ସଂକ୍ରମିତ ରୋଗୀ ରୋଗମୁକ୍ତ ହୋଇଥିବା ଏଥିରୁ ଜଣାପଡିଛି ।

ବର୍ତ୍ତମାନ 1,53,178 ଜଣ ସକ୍ରିୟ ରୋଗୀ ଚିକିତ୍ସାଧୀନ ଅଛନ୍ତି ।  

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ କରୋନା ମହାମାରୀଜନିତ ବିଭିନ୍ନ ଅନ୍ଧବିଶ୍ଵାସକୁ ନେଇ ଏକ ମାର୍ଗଦର୍ଶିକା ଜାରି କରିଛି । ଏହି ମାର୍ଗଦର୍ଶିକା  https://www.mohfw.gov.in/pdf/GuidetoaddressstigmaassociatedwithCOVID19.pdf ରେ ଉପଲବ୍ଧ

କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA

ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ technicalquery.covid19[at]gov[dot]in ଏବଂ ncov2019[at]gov[dot]in ଏବଂ @CovidIndiaSeva କୁ ପଠାଇ ପାରିବେ

କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ

https://www.mohfw.gov.in/pdf/coronvavirushelplinenumber.pdf

 

**********



(Release ID: 1631960) Visitor Counter : 193