ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗ୍ରାମାଞ୍ଚଳରେ ଜୀବନ ଜୀବିକା ସୃଷ୍ଟି ପାଇଁ ଆସନ୍ତା 20 ତାରିଖ ଦିନ ପ୍ରଧାନମନ୍ତ୍ରୀ ଆରମ୍ଭ କରିବେ ଗରିବ କଲ୍ୟାଣ ରୋଜଗାର ଅଭିଯାନ

• 6ଟି ରାଜ୍ୟର 116 ଜିଲ୍ଲାରେ ପ୍ରବାସୀ ଶ୍ରମିକଙ୍କୁ 125 ଦିନର କାମ ଦେବା ଯୋଜନାର ଲକ୍ଷ୍ୟ
• ଅଭିଯାନ ଦ୍ଵାରା ସ୍ଥାୟୀ ଭିତ୍ତିଭୂମି ସୃଷ୍ଟି ହେବା ସହ କର୍ମ ସଂସ୍ଥାନ ସୁଯୋଗ ବୃଦ୍ଧି ପାଇବ
• ଗରିବ କଲ୍ୟାଣ ରୋଜଗାର ଅଭିଯାନ ପାଇଁ ଖର୍ଚ୍ଚ ହେବ 50 ହଜାର କୋଟି

Posted On: 18 JUN 2020 9:24AM by PIB Bhubaneshwar

ଗ୍ରାମାଞ୍ଚଳକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ଜୀବିକା ସୁଯୋଗ ଯୋଗାଇବା ପାଇଁ ଭାରତ ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି ଆସନ୍ତା 20 ତାରିଖ ଦିନ 11ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିହାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦୃଶ୍ୟ ଶ୍ରାବ୍ୟ ସମ୍ମିଳନୀ ଜରିଆରେ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ବିହାର ଖଗରିଆ ଜିଲ୍ଲା ବେଲଦାଉର ବ୍ଲକର ତେଲିହାର ଗ୍ରାମରୁ ଏହି ଯୋଜନାର ଶୁଭାରମ୍ଭ ହେବ । ଏହାଛଡା ଅନ୍ୟ 5ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗୀୟ ମନ୍ତ୍ରୀମାନେ ଏହି ଆପାତତଃ ଉଦ୍ଘାଟନୀ ସମାରୋହରେ ଯୋଗଦେବେ । କୋଭିଡ-19 ବୈଶ୍ଵିକ ମହାମାରୀ ପରିପ୍ରେକ୍ଷୀରେ 6ଟି ରାଜ୍ୟର 116 ଜିଲ୍ଲାର ଗ୍ରାମବାସୀ ସାଧାରଣ ସେବା କେନ୍ଦ୍ର ଓ କୃଷି ବିଜ୍ଞାନ କେନ୍ଦ୍ର ଜରିଆରେ ସାମାଜିକ ଦୂରତ୍ଵ ନିୟମ ମାନି ଏହି କାର୍ଯ୍ୟକ୍ରମରେ ଯୋଗଦେବେ ।

125 ଦିନ ବ୍ୟାପୀ ଏହି ଅଭିଯାନ ମିଶନ ମୋଡରେ ଚାଲିବା ସହ 25ଟି ଭିନ୍ନ ଭିନ୍ନ କାର୍ଯ୍ୟ ଦ୍ଵାରା ପ୍ରବାସୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦିଆଯିବ । ଗୋଟିଏ ପଟରେ ସେମାନଙ୍କୁ କାମ ଯୋଗାଇଦେବା ସହ ଅନ୍ୟ ପକ୍ଷରେ ଦେଶର ଗ୍ରାମାଞ୍ଚଳରେ ଏଥିପାଇଁ ସ୍ଥାୟୀ ଭିତ୍ତିଭୂମି ତିଆରି ହୋଇପାରିବ । ଏହି ଯୋଜନା ପାଇଁ 50 ହଜାର କୋଟି ଟଙ୍କାର ବ୍ୟୟ ବରାଦ ରଖାଯାଇଛି ।

ପ୍ରାୟ 25 ହଜାର ଲେଖାଏଁ ପ୍ରବାସୀ ଶ୍ରମିକ ଫେରିଥିବା ଦେଶର 6ଟି ରାଜ୍ୟରୁ ମୋଟ 116ଟି ଜିଲ୍ଲାକୁ ଏଥିପାଇଁ ବଛାଯାଇଛି । ଏହି 6ଟି ରାଜ୍ୟ ହେଲା ବିହାର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଝାଡଖଣ୍ଡ ଏବଂ ଓଡିଶା । ସେଥିରେ 27ଟି ଆକାଂକ୍ଷୀ ଜିଲ୍ଲା ମଧ୍ୟ ରହିଛି ପ୍ରବାସୀ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ଦୁଇ ତୃତୀୟାଂଶ ଏହିସବୁ ଜିଲ୍ଲାର ହୋଇଥିବା ଆକଳନ କରାଯାଇଛି ଏହି ଅଭିଯାନକୁ 12 ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ସହଯୋଗ କରିବେ । ସେଗୁଡିକ ହେଲେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ, ସଡକ ପରିବହନ ଓ ରାଜପଥ, ଖଣି, ପାନୀୟ ଜଳ ଓ ପରିମଳ, ପରିବେଶ, ରେଳବାଇ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, ନୂତନ ଓ ଅକ୍ଷୟ ଶକ୍ତି, ସୀମା ସଡକ, ଦୂରସଞ୍ଚାର ଓ କୃଷି

 

**********



(Release ID: 1632388) Visitor Counter : 214