ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ
ଫରିଦାବାଦରେ ଇଣ୍ଡିଆନ ଅଏଲର ଦ୍ୱିତୀୟ ଆର ଏବଂ ଡି କ୍ୟାମ୍ପସର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ
• ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ଲାବରୋଟୋରି ହେବ - ଧର୍ମେନ୍ଦ୍ର ପ୍ରଧାନ
• ଭିସି ଯୋଗେ ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ସହ ମିଳିତ ଭାବେ ଉଦଘାଟିତ
• ଆର ଏବଂ ଡି ସେଂଟର ଆତ୍ମନିର୍ଭର ଭାରତର ଚାବିକାଠି
• ଉର୍ଜା କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ଦିଗରେ ବଡ ପଦକ୍ଷେପ
• କୃଷି ବର୍ଜ୍ୟ ବସ୍ତୁରୁ ବିକଳ୍ପ ଇନ୍ଧନ ପ୍ରସ୍ତୁତ କରିବାରେ ବଡ ଭୂମିକା ନେବ ହରିୟାଣା
• ପେଟ୍ରୋଲିୟମ ଉତ୍ପାଦ କ୍ଷେତ୍ରରେ ଆମଦାନୀ ହ୍ରାସ କରିବାକୁ ଯୋଜନା
• ଭାରତକୁ ପେଟ୍ରୋକେମିକାଲ ପେଣ୍ଠସ୍ଥଳିରେ ପରିଣତ କରିବା ପାଇଁ ଶିଳ୍ପସଂସ୍ଥା ଗୁଡିକୁ ଆହ୍ୱାନ
प्रविष्टि तिथि:
29 JUN 2020 1:31PM by PIB Bhubaneshwar
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଂଟ ଏବଂ ଡିପ୍ଲୋଏମେଟ ସେଂଟରର ଦ୍ୱିତୀୟ ଆର ଏବଂ ଡି କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି । ଉଦଘାଟିତ ହୋଇଥିବା ଦ୍ୱିତୀୟ ଆର ଏବଂ ଡି ସେଂଟର ଆଗାମୀ ଦିନରେ ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ମାର୍ଗ ଖୋଜିବାର ଲାବରୋଟୋରି ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଇଣ୍ଡିଆନ ଅଏଲର ଆର ଏବଂ ଡି ସେଂଟର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆତ୍ମନିର୍ଭର ଭାରତରେ ଯୋଗଦାନ ଦେଉଅଛି । ଆର ଏବଂ ଡି ସେଂଟର ଆତ୍ମନିର୍ଭର ଭାରତର ଚାବିକାଠି । ଉର୍ଜା କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ଦିଗରେ ଏହା ବଡ ପଦକ୍ଷେପ ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ କୃଷି ବର୍ଜ୍ୟ ବସ୍ତୁରୁ ବିକଳ୍ପ ଇନ୍ଧନ ପ୍ରସ୍ତୁତ କରିବାରେ ହରିୟାଣା ବଡ ଭୂମିକା ନେବ ।
ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟରଙ୍କ ନେତୃତ୍ୱରେ ସାମାଜିକ-ଅର୍ଥନୈତିକ ଏବଂ ବିକାଶ ମ୍ୟାପରେ ହରିୟାଣା ଅତୁଳନୀୟ ପ୍ରଦର୍ଶନ କରିଛି । ରାଜ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସର କାର୍ଯ୍ୟ ପ୍ରକ୍ରିୟାକୁ ପ୍ରୋତ୍ସାହନ ଦେଉଥିବାରୁ ଏବଂ ହରିୟାଣା ଭଳି ରାଜ୍ୟ କିରୋସିନି ମୁକ୍ତ ହୋଇଥିବାରୁ ଶ୍ରୀ ପ୍ରଧାନ ହରିୟାଣା ସରକାରଙ୍କୁ ଧନ୍ୟବାଦ ଦେଇଥିଲେ । ହରିୟାଣାକୁ ଦେଶର ଗବେଷଣା ଏବଂ ବିକାଶର ପେଣ୍ଠସ୍ଥଳି ଭାବେ ନେତୃତ୍ୱ ନେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ବୈଶ୍ୱିକ ମାହମାରୀ କରୋନା ଭଳି ସଂକଟ ସମୟରେ ଦେଶ 150ଟି ଦେଶକୁ ହାଇଡ୍ରୋକ୍ଲୋରୋକୁଇନ ଔଷଧ ପଠାଇ ବଡ ଭୂମିକା ଗ୍ରହଣ କରିଛି । ଦେଶରେ ପେଟ୍ରୋକେମିକାଲର ଆବଶ୍ୟକତା ବୃଦ୍ଧି ପାଉଛି ଏବଂ ପେଟ୍ରୋଲିୟମ ଉତ୍ପାଦ କ୍ଷେତ୍ରରେ ଆମଦାନୀ ହ୍ରାସ କରିବାକୁ ଯୋଜନା କରାଯାଉଛି । ଏହି ଅବସରରେ ଶ୍ରୀ ପ୍ରଧାନ ଭାରତକୁ ପେଟ୍ରୋକେମିକାଲ ପେଣ୍ଠସ୍ଥଳିରେ ପରିଣତ କରିବା ପାଇଁ ଶିଳ୍ପସଂସ୍ଥା ଗୁଡିକୁ ଆହ୍ୱାନ କରିଛନ୍ତି । ଏହାସହ ଶ୍ରୀ ପ୍ରଧାନ ବର୍ଜ୍ୟରୁ ଉର୍ଜା ପ୍ରସ୍ତୁତ କରିବା ପାଇଁ ଗୋଷ୍ଠୀ ଆଧାରିତ ମଡେଲ ଉପରେ ଅଧିକ ଗୁରୁତ୍ୱଦେବାକୁ ଇଣ୍ଡିଆନ ଅଏଲକୁ ଆହ୍ୱାନ କରିଥିଲେ ।
**********
(रिलीज़ आईडी: 1635186)
आगंतुक पटल : 249