ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ

• ବର୍ତ୍ତମାନ ସୁଦ୍ଧା 1.5 କୋଟିରୁ ଊର୍ଦ୍ଧ୍ଵ ନମୁନା ପରୀକ୍ଷା

Posted On: 24 JUL 2020 3:22PM by PIB Bhubaneshwar

ଏପର୍ଯ୍ୟନ୍ତ 1,54,28,170 କୋଭିଡ-19 ନମୁନା ପରୀକ୍ଷା କରାଯାଇଛି କେବଳ ଗତ 24 ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ 3,52,801 ନମୁନା ପରୀକ୍ଷା କରାଯାଇଛି

ସେହି ଅନୁସାରେ ଦେଶରେ ଏବେ 10 ଲକ୍ଷ ଜନସଂଖ୍ୟାରେ 11179.83 ନମୁନା ପରୀକ୍ଷା କରାଯାଉଛି, ଯାହା ପରୀକ୍ଷାଗାରର ବ୍ୟାପକ ବୃଦ୍ଧି ଯୋଗୁଁ ସମ୍ଭବ ହୋଇପାରିଛି ।

ବର୍ତ୍ତମାନ ସୁଦ୍ଧା 1290ଟି ପରୀକ୍ଷାଗାରରେ ଏହି ପରୀକ୍ଷଣ କରାଯାଉଛି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସମନ୍ଵୟ ଯୋଗୁଁ ବିଭିନ୍ନ ପଦ୍ଧତିରେ ଏହି ପରୀକ୍ଷଣ ହେଉଛି ଆଇସିଏମଆର ଦ୍ଵାରା ସ୍ଵୀକୃତ ଆରଟି-ପିସିଆର ପରୀକ୍ଷାଗାର ଅତ୍ୟାଧୁନିକ ନମୁନା ପରୀକ୍ଷଣରେ ମୁଖ୍ୟ ଆୟୁଦ୍ଧ ହୋଇଥିବା ବେଳେ ଦେଶରେ ବର୍ତ୍ତମାନ ସରକାରୀ କ୍ଷେତ୍ରରେ 897 ଓ ଘରୋଇ କ୍ଷେତ୍ରରେ 393ଟି ପରୀକ୍ଷାଗାର କାର୍ଯ୍ୟ କରୁଛି ।

କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA

ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ technicalquery.covid19[at]gov[dot]in ଏବଂ ncov2019[at]gov[dot]in ଏବଂ @CovidIndiaSeva କୁ ପଠାଇ ପାରିବେ

କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ

https://www.mohfw.gov.in/pdf/coronvavirushelplinenumber.pdf

 

**********



(Release ID: 1640993) Visitor Counter : 173