ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ରଣନୀତି ଯୋଗୁଁ ଦେଶର ନମୁନା ପରୀକ୍ଷଣ 3.7 କୋଟିରେ ପହଁଚିଲା

● ଏକ ନିୟୁତ ଜନସଂଖ୍ୟା ପିଛା ପରୀକ୍ଷଣ 26,685 ଛୁଇଁଲା

ପୋଷ୍ଟ କରାଯିବା ଦିନାଙ୍କ: 25 AUG 2020 1:22PM by PIB Bhubaneswar

ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ରଣନୀତିକୁ ପାଥେୟ କରି ଦେଶରେ କରୋନା ପରୀକ୍ଷା ପାଖାପାଖି 3.7 କୋଟିରେ ପହଞ୍ଚିଛି । ଦେଶରେ ଦୈନିକ ପରୀକ୍ଷଣ ଅଧିକରୁ ଅଧିକ କରିବା ସଂକଳ୍ପ ଯୋଗୁଁ ମୋଟ ନମୁନା ପରୀକ୍ଷଣ ସଂଖ୍ୟା 3,68,27,520ରେ ପହଞ୍ଚିଛି । କେବଳ ଗତ 24 ଘଣ୍ଟା ମଧ୍ୟରେ 9,25,383 ନମୁନା ପରୀକ୍ଷା କରାଯାଇଥିବା ବେଳେ ନିୟୁତ ପିଛା ଏହି ସଂଖ୍ୟା ଦ୍ରୁତ ଗତିରେ 26,685କୁ ଛୁଇଁଛି । ସମୟୋଚିତ ଚିହ୍ନଟ, ସଂକ୍ରମିତଙ୍କୁ ତୁରନ୍ତ ଅଲଗା କରିବା ଏବଂ ଉପଯୁକ୍ତ ଚିକିତ୍ସା ଫଳରେ ସଂକ୍ରମଣ ବ୍ୟାପିବାକୁ ହ୍ରାସ କରାଯାଇ ପାରିଛି । ଗୋଟିଏ ମାତ୍ର ପୁଣେ ପରୀକ୍ଷାଗାରରୁ ଆରମ୍ଭ ହୋଇ ଆଜି ଦେଶର ମୋଟ ପରୀକ୍ଷାଗାର ସଂଖ୍ୟା 1524ରେ ପହଞ୍ଚିଛି । ଏଥିରେ 986ଟି ସରକାରୀ ଓ 538ଟି ଘରୋଇ ପରୀକ୍ଷାଗାର ରହିଛି ।  

ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍‌ କରନ୍ତୁ: https://www.mohfw.gov.in/ and @MoHFW_INDIA ।

କୋଭିଡ୍‌ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ covid19[at]gov[dot]in ଏବଂ ଅନ୍ୟାନ୍ୟ ପ୍ରଶ୍ନ ncov2019[at]gov[dot]in and @CovidIndiaSeva ।

କୋଭିଡ-19 ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍‌ପଲାଇନ ନଂ – +91-11-23978046 କିମ୍ବା 1075 (ନିଃଶୁଳ୍କ)କୁ ପଚରା ଯାଇପାରିବ ।

ରାଜ୍ୟଗୁଡିକର ହେଲ୍‌ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdfରେ ଉପଲବ୍ଧ ।

 

*********


(ରିଲିଜ ଆଡି: 1648561) ପରିଦର୍ଶକ କାଉଣ୍ଟର : 310