ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
ଗତ 24 ଘଣ୍ଟା ମଧ୍ୟରେ 9 ଲକ୍ଷରୁ ଉର୍ଦ୍ଧ୍ଵ ପରୀକ୍ଷା; ଭାରତର ମୋଟ ପରୀକ୍ଷା ସଂଖ୍ୟା 3.9 କୋଟିରେ ପହଞ୍ଚିଲା
• ଦେଶ ପାଇଁ ଆଉ ଏକ ସଫଳତା – ଆରୋଗ୍ୟ ସଂଖ୍ୟା 25 ଲକ୍ଷ ଟପିଲା
• ସକ୍ରିୟ ରୋଗୀଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା 18 ଲକ୍ଷ ଅଧିକ
Posted On:
27 AUG 2020 1:58PM by PIB Bhubaneshwar
ପରୀକ୍ଷା, ଚିହ୍ନଟ ଓ ଚିକିତ୍ସାକୁ ଆଧାରକରି ଅଧିକ ପରୀକ୍ଷା ଯୋଗୁଁ ଶୀଘ୍ର ରୋଗ ନିରୂପଣ ସମ୍ଭବ ହୋଇଛି । ରୋଗ ଶୀଘ୍ର ନିରୂପିତ ହେଉଥିବାରୁ ସଂକ୍ରମିତ ରୋଗୀଙ୍କୁ ଅଲଗା କରାଯାଇ ହସ୍ପିଟାଲରେ ଉପଯୁକ୍ତ ଚିକିତ୍ସା ପ୍ରଦାନ କରାଯାଉଛି । ଏହାଫଳରେ ତୁରନ୍ତ ଆରୋଗ୍ୟ ହେବା ସହ ମୃତ୍ୟୁ ହାର ହ୍ରାସ ପାଇଛି । ଏସବୁ ଦୃଷ୍ଟିରୁ ଦେଖିଲେ ଦେଶର ମୋଟ ନମୁନା ପରୀକ୍ଷା ସଂଖ୍ୟା ଆଜି ପାଖାପାଖି 3.9 କୋଟିରେ ପହଞ୍ଚିଛି । ଗତ 24 ଘଣ୍ଟା ମଧ୍ୟରେ 9,24,998 ନମୁନା ପରୀକ୍ଷା ହୋଇଥିବା ବେଳେ ମୋଟ ନମୁନା ପରୀକ୍ଷା 3,85,76,510ରେ ପହଞ୍ଚିଛି ।
ଅଧିକରୁ ଅଧିକ ରୋଗୀ ସୁସ୍ଥ ହୋଇ ହସ୍ପିଟାଲ ଓ ଘରୋଇ ଏକାନ୍ତବାସରୁ ମୁକ୍ତ ହେଉଥିବା ବେଳେ ଦେଶର ମୋଟ ଆରୋଗ୍ୟଙ୍କ ସଂଖ୍ୟା ଆଜି 25 ଲକ୍ଷରେ ପହଞ୍ଚିଛି । କୋଭିଡ ପରିଚାଳନା ପାଇଁ ଉପଯୁକ୍ତ ରଣନୀତି ଓ କେନ୍ଦ୍ର, ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ସମନ୍ଵିତ ପଦକ୍ଷେପ ଯୋଗୁଁ ମୋଟ 25,23,771 ଜଣ ସୁସ୍ଥ ହେବା ସମ୍ଭବପର ହୋଇପାରିଛି । କେବଳ ଗତ 24 ଘଣ୍ଟା ମଧ୍ୟରେ 56,013 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଆଜିସୁଦ୍ଧା ଦେଶରେ ସୁସ୍ଥତା ହାର 76.24 ପ୍ରତିଶତ ରହିଛି ।
ଦେଶରେ ସକ୍ରିୟ କରୋନା ମାମଲା 7,25,991 ଥିବା ବେଳେ ପାଖାପାଖି 18 ଲକ୍ଷ (17,97,780) ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଅଧିକରୁ ଅଧିକ ରୋଗୀ କ୍ରମାଗତ ଭାବେ ଆରୋଗ୍ୟ ଲାଭ କରୁଥିବାବେଳେ ମୋଟ ସଂକ୍ରମିତଙ୍କ ଶତକତା 21.93 ରୋଗୀ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ନିୟମାନୁଯାୟୀ ହସ୍ପିଟାଲ ଓ ଆଇସିୟୁରେ ଦକ୍ଷ ଚିକିତ୍ସକ, ଉତ୍ତମ ଆମ୍ବୁଲାନ୍ସ ସେବା ଓ ଅନୁସନ୍ଧାନମୂଳକ ଥେରାପି ଯୋଗୁଁ ଜାତୀୟ ମୃତ୍ୟୁହାର ମଧ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି । ବର୍ତ୍ତମାନ ଏହି ସଂଖ୍ୟା 1.83 ପ୍ରତିଶତରେ ପହଞ୍ଚିଛି । 10ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସୁସ୍ଥତା ହାର ଜାତୀୟ ହାର ତୁଳନାରେ ମଧ୍ୟ ଅଧିକ ରହିଛି ।
ସଂକ୍ରମଣ ନିରୂପଣ ନିମନ୍ତେ ପରୀକ୍ଷାଗାରଗୁଡିକର କ୍ରମାଗତ ବୃଦ୍ଧି ଯୋଗୁଁ ଏଭଳି ସଫଳତା ହାସଲ ହୋଇପାରିଛି । 993 ସରକାରୀ ଓ 557 ଘରୋଇ ଏହିପରି ମୋଟ 1550ଟି ପରୀକ୍ଷାଗାରରେ ନମୁନା ପରିକ୍ଷଣ କରାଯାଉଛି ।
ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍ କରନ୍ତୁ: https://www.mohfw.gov.in/ and @MoHFW_INDIA ।
କୋଭିଡ୍ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ covid19[at]gov[dot]in ଏବଂ ଅନ୍ୟାନ୍ୟ ପ୍ରଶ୍ନ ncov2019[at]gov[dot]in and @CovidIndiaSeva ।
କୋଭିଡ-19 ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍ପଲାଇନ ନଂ – +91-11-23978046 କିମ୍ବା 1075 (ନିଃଶୁଳ୍କ)କୁ ପଚରା ଯାଇପାରିବ ।
ରାଜ୍ୟଗୁଡିକର ହେଲ୍ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdfରେ ଉପଲବ୍ଧ ।
*********
(Release ID: 1649016)
Visitor Counter : 254
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam