ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

ରାପିଡ଼ ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସିଥିବା ସମସ୍ତ ଲକ୍ଷଣଯୁକ୍ତ କୋଭିଡ ମାମଲାଗୁଡିକର ବାଧ୍ୟତାମୂଳକ ଭାବେ ଆରଟିପିସିଆର ଟେଷ୍ଟ କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ପରାମର୍ଶ

● ସଂକ୍ରମଣ ରୋକିବା ପାଇଁ ଯେପରି କୌଣସି କୋଭିଡ ପଜିଟିଭ ମାମଲା ବାଦ ନପଡେ ତାହା ସୁନିଶ୍ଚିତ କରିବାକୁ ପଡିବ

प्रविष्टि तिथि: 10 SEP 2020 12:43PM by PIB Bhubaneshwar

କେତେକ ବୃହତ ରାଜ୍ୟରେ ଲକ୍ଷଣଯୁକ୍ତ ମାମଲାଗୁଡିକ ରାପିଡ଼ ଆଣ୍ଟିଜେ ଟେଷ୍ଟରେ ନେଗେଟିଭ ଆସିବା ସତ୍ଵେ ତାହାର ଆରଟିପିସିଆର ପରୀକ୍ଷା ନହେଉଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ନଜରକୁ ଆସିଛି ଆଇସିଏମଆରର ନିୟମାବଳୀ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନୋକ୍ତ ଦୁଇଟି ଶ୍ରେଣୀର ବ୍ୟକ୍ତିମାନଙ୍କ କ୍ଷେତ୍ରରେ ଆରଟିପିସିଆର ପରୀକ୍ଷା ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ରହିଛି

  1. ଜ୍ଵର, କଫ ନିଶ୍ଵାସ ପ୍ରଶ୍ଵାସ ଜନିତ ଅସୁବିଧା ଥାଇ ରାପିଡ଼ ଆଣ୍ଟିଜେ ଟେଷ୍ଟରେ ନେଗେଟିଭ ବାହାରିବା
  2. ରାପିଡ଼ ଆଣ୍ଟିଜେ ପରୀକ୍ଷା ଦ୍ଵାରା ଲକ୍ଷଣ ବିହୀନ ନେଗେଟିଭ ମାମଲା ମାତ୍ର ଦୁଇ-ତିନି ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଇ ନେଗେଟିଭ ହୋଇଥିବା

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଇସିଏମଆର ମିଳି ଭାବେ ରାଜ୍ୟ କେନ୍ଦ୍ରଶାସିତ ଅଞ୍ଚଳକୁ ପତ୍ର ଲେଖି ରାପିଡ଼ ଆଣ୍ଟିଜେ ଟେଷ୍ଟ ଦ୍ଵାରା ସମସ୍ତ ଲକ୍ଷଣ ଥିବା ସତ୍ଵେ ନେଗେଟିଭ ବାହାରିଥିବା ସମସ୍ତ ବ୍ୟକ୍ତିଙ୍କ ଆରଟିପିସିଆର ଟେଷ୍ଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଲକ୍ଷଣଯୁକ୍ତ ମାମଲାଗୁଡିକ ଯେପରି ବିନା ପରୀକ୍ଷାରେ ରହି ଆଉ କାହାକୁ ସଂକ୍ରମିତ ନକରନ୍ତି ତାହାକୁ ଦୃଷ୍ଟିରେ ରଖି ଏହା କରାଯାଇଛି ଏହାଫଳରେ ସଅଳ ଚିହ୍ନଟ, ଏକାନ୍ତବାସ ହସ୍ପିଟାଲରେ ଭର୍ତ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ ଯେତେବେଳେ ସଂକ୍ରମଣ ଅଧିକରୁ ଅଧିକ ହେଉଥାଏ ତାହାକୁ ଶୀଘ୍ର ଠାବ କରିବା ପାଇଁ ରାପିଡ଼ ଆଣ୍ଟିଜେ ଟେଷ୍ଟ କରାଯାଉଥିଲେ ମଧ୍ୟ ଆରଟିପିସିଆର ସବୁବେଳେ କୋଭିଡ ପରୀକ୍ଷାର ଶ୍ରେଷ୍ଠ ଉପାୟ ବୋଲି ବିବେଚନା କରାଯାଉଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟ ଏସବୁ ମାମଲାଗୁଡିକ ଯାଞ୍ଚ କରିବା ପାଇଁ ଉଭୟ ଜିଲ୍ଲା ରାଜ୍ୟସ୍ତରରେ ନିର୍ଦ୍ଦିଷ୍ଟ ଅଧିକାରୀ ବା ଏକ ଗ୍ରୁପ ଗଠନ କରିବାକୁ ପରାମର୍ଶ ଦେଇଛି ଏହି ଟିମଗୁଡିକ ପ୍ରତିଦିନ ଜିଲ୍ଲା ଓ ରାଜ୍ୟରେ ହେଉଥିବା ରାପିଡ଼ ଆଣ୍ଟିଜେ ପରୀକ୍ଷାଗୁଡିକର ବିଶ୍ଳେଷଣ କରି ସମସ୍ତ ଲକ୍ଷଣଯୁକ୍ତ ନେଗେଟିଭ ମାମଲାଗୁଡିକର ଆରଟିପିସିଆର ଟେଷ୍ଟ ସୁନିଶ୍ଚିତ କରିବେ ଯେପରି କୌଣସି ପଜିଟିଭ ମାମଲା ବା ନପଡେ ତାହା ଦେଖିବା ଦାୟିତ୍ଵ ରାଜ୍ୟ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଉପରେ ନ୍ୟସ୍ତ ହୋଇଛି ସେମାନଙ୍କୁ ନିୟମିତ ଭାବେ କରାଯାଉଥିବା ଆରଟିପିସିଆର ପରୀକ୍ଷାର ପଜିଟିଭ ମାମଲାଗୁଡିକୁ ବିଶ୍ଳେଷଣ କରିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି

 

**********


(रिलीज़ आईडी: 1653094) आगंतुक पटल : 282
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Malayalam