ପ୍ରତିରକ୍ଷା ମନ୍ତ୍ରଣାଳୟ

ଡିଆରଡିଓ ପକ୍ଷରୁ ଅଭ୍ୟାସର ସଫଳ ପରୀକ୍ଷଣ

Posted On: 22 SEP 2020 5:38PM by PIB Bhubaneshwar

ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଉଚ୍ଚ ଗତିଯୁକ୍ତ ଆକାଶମାର୍ଗରେ ଲକ୍ଷ୍ୟ ଭେଦକାରୀ ଅଭ୍ୟାସ ବିମାନର ପରୀକ୍ଷା ସଫଳତାର ସହ କରାଯାଇଛି ଓଡିଶାର ବାଲେଶ୍ଵରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସମ୍ପନ୍ନ ହୋଇଛି । ପରୀକ୍ଷା ସମୟରେ ଦୁଇଟି ପରୀକ୍ଷାମୂଳକ ଯାନକୁ ସଫଳତାର ସହିତ ଉଡ଼ାଯାଇଥିଲା । ଏହି ଯାନ ବିଭିନ୍ନ କ୍ଷେପଣାସ୍ତ୍ର ପଦ୍ଧତିର ମୂଲ୍ୟାୟନ ପାଇଁ ଲକ୍ଷ୍ୟ ଭାବେ ବ୍ୟବହାର କରାଯାଇଥାଏ ।

ଡିଆରଡିଓର ବିମାନ ବିକାଶ ପ୍ରତିଷ୍ଠାନ (ଏଡିଇ) ପକ୍ଷରୁ ଅଭ୍ୟାସର ପରିପାଟି ବିକଶିତ ହୋଇଛି । ଏହି ବାୟୁ ଯାନ ଦୁଇଟି ଅଣ୍ଡର ସ୍ଲଙ୍ଗ ବୁଷ୍ଟର ସାହାଯ୍ୟରେ ଛଡା ଯାଇଥାଏ । ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେସନରୁ ଲାପଟପ ଜରିଆରେ ଏହି ବାୟୁ ଯାନର ଗତିବିଧି ଓ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରାଯାଇଥାଏ ।

ପରୀକ୍ଷା ବେଳେ 5 କିଲୋମିଟର ଉଚ୍ଚତାରେ ଏହାକୁ ବ୍ୟବହାର କରାଯାଏ ଏବଂ ଏହି ଯାନ ସଫଳତାର ସହ ସମସ୍ତ ଲକ୍ଷ୍ୟ ହାସଲ କରିପାରୁଥିବା ଜଣାପଡୁଛି ।

 

**********



(Release ID: 1657868) Visitor Counter : 243