ପ୍ରତିରକ୍ଷା ମନ୍ତ୍ରଣାଳୟ

ପୂର୍ବ ଲଦାଖର ଡେମଚୋକ ସେକ୍ଟରରେ ଜଣେ ଚୀନ ସୈନିକ ଭାରତୀୟ ସେନା ଦ୍ଵାରା ଅଟକ

Posted On: 19 OCT 2020 3:23PM by PIB Bhubaneshwar

କର୍ପୋରେଲ ୱାଙ୍ଗ ୟା ଲୋଙ୍ଗ ନାମକ ଜଣେ ପିଏଲଏ ସୈନିକ ଆଜି ଅର୍ଥାତ 19 ଅକ୍ଟୋବର 2020ରେ ପୂର୍ବ ଲଦାଖର ଡେମଚୋକ ସେକ୍ଟରରେ ନିୟନ୍ତ୍ରଣ ରେଖା ପାର ହେବା ପରେ ଗିରଫ ହୋଇଛନ୍ତି

ଅତ୍ୟଧିକ ଉଚ୍ଚତା ଏବଂ କଠିନ ଜଳବାୟୁ ପରିସ୍ଥିତିରୁ ରକ୍ଷା କରିବା ପାଇଁ ପିଏଲଏ ସୈନିକଙ୍କୁ ଅମ୍ଳଜାନ, ଖାଦ୍ୟ ଏବଂ ଶୀତ ପୋଷାକ ସହିତ ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି

ନିଖୋଜ ସୈନିକଙ୍କ ସୂଚନା ସମ୍ପର୍କରେ ପିଏଲଏ ପକ୍ଷରୁ ଦିଆଯାଇଥିବା ଏକ ଅନୁରୋଧକୁ ମଧ୍ୟ ଗ୍ରହଣ କରାଯାଇଛି

ପ୍ରୋଟୋକଲ ଅନୁଯାୟୀ, ପ୍ରକ୍ରିୟା ସମାପ୍ତ ହେବା ପରେ ସେହି ସୈନିକଙ୍କୁ ଚୁସୁଲ - ମୋଲଡୋ ବୈଠକ ସ୍ଥାନରେ ଚୀନ ଅଧିକାରୀଙ୍କୁ ଫେରାଇ ଦିଆଯିବ

 

**********



(Release ID: 1665952) Visitor Counter : 199