ପ୍ରତିରକ୍ଷା ମନ୍ତ୍ରଣାଳୟ

ପୂର୍ବ ଲଦାଖର ଡେମଚୋକ ସେକ୍ଟରରେ ଜଣେ ଚୀନ ସୈନିକ ଭାରତୀୟ ସେନା ଦ୍ଵାରା ଅଟକ

ପୋଷ୍ଟ କରାଯିବା ଦିନାଙ୍କ: 19 OCT 2020 3:23PM by PIB Bhubaneswar

କର୍ପୋରେଲ ୱାଙ୍ଗ ୟା ଲୋଙ୍ଗ ନାମକ ଜଣେ ପିଏଲଏ ସୈନିକ ଆଜି ଅର୍ଥାତ 19 ଅକ୍ଟୋବର 2020ରେ ପୂର୍ବ ଲଦାଖର ଡେମଚୋକ ସେକ୍ଟରରେ ନିୟନ୍ତ୍ରଣ ରେଖା ପାର ହେବା ପରେ ଗିରଫ ହୋଇଛନ୍ତି ।

ଅତ୍ୟଧିକ ଉଚ୍ଚତା ଏବଂ କଠିନ ଜଳବାୟୁ ପରିସ୍ଥିତିରୁ ରକ୍ଷା କରିବା ପାଇଁ ପିଏଲଏ ସୈନିକଙ୍କୁ ଅମ୍ଳଜାନ, ଖାଦ୍ୟ ଏବଂ ଶୀତ ପୋଷାକ ସହିତ ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି ।

ନିଖୋଜ ସୈନିକଙ୍କ ସୂଚନା ସମ୍ପର୍କରେ ପିଏଲଏ ପକ୍ଷରୁ ଦିଆଯାଇଥିବା ଏକ ଅନୁରୋଧକୁ ମଧ୍ୟ ଗ୍ରହଣ କରାଯାଇଛି ।

ପ୍ରୋଟୋକଲ ଅନୁଯାୟୀ, ପ୍ରକ୍ରିୟା ସମାପ୍ତ ହେବା ପରେ ସେହି ସୈନିକଙ୍କୁ ଚୁସୁଲ - ମୋଲଡୋ ବୈଠକ ସ୍ଥାନରେ ଚୀନ ଅଧିକାରୀଙ୍କୁ ଫେରାଇ ଦିଆଯିବ ।

 

**********


(ରିଲିଜ ଆଡି: 1665952) ପରିଦର୍ଶକ କାଉଣ୍ଟର : 302