ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ହାଇଦ୍ରାବାଦର ଭାରତ ବାୟୋଟେକ କାର୍ଯ୍ୟାଳୟ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 28 NOV 2020 3:15PM by PIB Bhubaneswar

କୋଭିଡ ପାଇଁ ଟୀକା ବିକାଶ ଓ ଉତ୍ପାଦନ ପ୍ରକ୍ରିୟାକୁ ବ୍ୟକ୍ତିଗତ ଭାବେ ଅନୁଧ୍ୟାନ କରିବା ଲାଗି ତିନୋଟି ସହର ଗସ୍ତ କରିବାର ଅଂଶବିଶେଷ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ।

ଶ୍ରୀ ମୋଦୀ ଟୁଇଟ୍ କରିଛନ୍ତି “ହାଇଦ୍ରାବାଦରେ ଥିବା ଭାରତ ବାୟୋଟେକ କାର୍ଯ୍ୟାଳୟରେ ସେମାନଙ୍କର ସ୍ୱଦେଶୀ କୋଭିଡ-19 ଟୀକା ବିଷୟରେ ଜାଣିବାକୁ ପାଇଲି । ବର୍ତ୍ତମାନ ସୁଦ୍ଧା ହୋଇଥିବା ପରୀକ୍ଷଣରେ ଅଗ୍ରଗତି ପାଇଁ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜ୍ଞାପନ କରୁଛି । ସେମାନଙ୍କ ଟିମ୍ ଦ୍ରୁତ ପ୍ରଗତି ପାଇଁ ଆଇସିଏମଆର ସହିତ ମିଶି କାମ କରୁଛି ।”

ଏଥିପୂର୍ବରୁ ସକାଳେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦଠାରେ ଥିବା ଜାଇଡସ ବାୟୋଟେକ ପାର୍କ ପରିଦର୍ଶନ କରିଥିଲେ ।

 

**********


(ରିଲିଜ ଆଡି: 1676778) ପରିଦର୍ଶକ କାଉଣ୍ଟର : 230