ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ବାତ୍ୟା ପ୍ରଭାବିତଙ୍କ ପାଇଁ ସହାୟତା ଘୋଷଣା
Posted On:
27 NOV 2020 9:59PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ଏଡ଼ପ୍ପାଡି କେ. ପାଲାନିସ୍ୱାମୀଙ୍କ ସହ କଥା ହୋଇ ରାଜ୍ୟର କେତେକ ଅଞ୍ଚଳରେ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଉଦ୍ଧାର ଓ ରିଲିଫ କାର୍ଯ୍ୟ ପାଇଁ ତାମିଲନାଡ଼ୁକୁ କେନ୍ଦ୍ରୀୟ ଟିମ୍ ପଠାଯାଇଛି ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାତ୍ୟାରେ ଜୀବନ ହାନି ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ । ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ବିପର୍ଯ୍ୟୟ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଥିଲେ ।
**********
(Release ID: 1676822)
Visitor Counter : 136
Read this release in:
English
,
Urdu
,
Marathi
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam