ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଶ୍ଚିମବଙ୍ଗର ଜଲପାଇଗୁଡି ଧୁପଗୁଡି ସଡ଼କ ଦୁର୍ଘଟଣା ଜନିତ ପ୍ରାଣ ହାନି ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ

ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଘୋଷଣା କଲେ ଅନୁକମ୍ପା ରାଶି

प्रविष्टि तिथि: 20 JAN 2021 11:18AM by PIB Bhubaneshwar

ପଶ୍ଚିମବଙ୍ଗର ଜଲପାଇଗୁଡି ଧୁପଗୁଡିଠାରେ ହୋଇଥିବା ଏକ ସଡ଼କ ଦୁର୍ଘଟଣା ଜନିତ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏଥିନେଇ ସେ ସଙ୍ଗେ ସଙ୍ଗେ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ମୂଳକ ରାଶି ଘୋଷଣା କରିଛନ୍ତି

ଅନେକଗୁଡିଏ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, "ଜଲପାଇଗୁଡି (ପଶ୍ଚିମବଙ୍ଗ) ର ଧୁପଗୁଡିଠାରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ପ୍ରାର୍ଥନା କରୁଛି ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି

ପଶ୍ଚିମବଙ୍ଗରେ ଘଟିଥିବା ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଏବଂ ଆହତଙ୍କୁ 50 ହଜାର ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ଅର୍ଥ ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରିଛନ୍ତି” । 

 

**********

TRP/


(रिलीज़ आईडी: 1690472) आगंतुक पटल : 175
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam