ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୋରାଦାବାଦ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 31 JAN 2021 4:19PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମୋରାଦାବାଦ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି । ସେ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଉତ୍ତର ପ୍ରଦେଶର ମୋରାଦାବାଦରେ ଘଟିଥିବା ଦୁଃଖଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ 50 ହଜାର ଟଙ୍କା ଦିଆଯିବ ।

 

**********

TRP/


(रिलीज़ आईडी: 1693750) आगंतुक पटल : 186
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam