ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କୋରାପୁଟ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
01 FEB 2021 5:26PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କୋରାପୁଟ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।
ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଓଡିଶାର କୋରାପୁଟରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ 50 ହଜାର ଟଙ୍କା ଦିଆଯିବ ।
**********
TRP/
(रिलीज़ आईडी: 1694285)
आगंतुक पटल : 155
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam