ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାଖଣ୍ଡର ଚମୋଲି ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
07 FEB 2021 8:45PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ଚମୋଲିରେ ଘଟିଥିବା ହିମସ୍ରୋତ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି ।
ଏଥିସହିତ ସେ ଗୁରୁତର ଆହତଙ୍କୁ 50 ହଜାର ଟଙ୍କା ପ୍ରଦାନ ପାଇଁ ମଧ୍ୟ ଘୋଷଣା କରିଛନ୍ତି ।
ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ କରାଯାଇଛି ଯେ, “ଉତ୍ତରାଖଣ୍ଡର ଚମୋଲିରେ ଘଟିଥିବା ହିମସ୍ରୋତ ଯୋଗୁଁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍ଆରଏଫ୍ ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବ” ।
**********
TRP/
(रिलीज़ आईडी: 1696089)
आगंतुक पटल : 212
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam