ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଫେବୃଆରୀ 17ରେ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

Posted On: 15 FEB 2021 3:34PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚ (ଏନଟିଏଲଏଫ)କୁ ଫେବୃଆରୀ 17, 2021 ମଧ୍ୟାହ୍ନ 12:30 ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ

 

ଏନଟିଏଲଏଫ ବିଷୟରେ

ଏନଟିଏଲଏଫର 29 ତମ ଅଧିବେଶନ 17 ରୁ 19 ଫେବୃଆରୀ 2021 ମଧ୍ୟରେ ଆୟୋଜିତ ହେଉଛି ଏହା ହେଉଛି ନ୍ୟାସନାଲ ଆସୋସିଏସନ ଅଫ ସଫ୍ଟୱେୟାର ଆଣ୍ଡ ସର୍ଭିସ କମ୍ପାନୀ [ଏନଏଏସଏସସିଓଏମ(ନାସକମ)] ଗୁଡିକର ଫ୍ଲାଗସିପ କାର୍ଯ୍ୟକ୍ରମ ଏହି ବର୍ଷର କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି 'ଭବିଷ୍ୟତକୁ ଉତ୍ତମ ଢଙ୍ଗରେ ଗଢି ତୋଳିବା ଏହି କାର୍ଯ୍ୟକ୍ରମରେ 30 ରୁ ଅଧିକ ଦେଶରୁ 1600 ଅଂଶଗ୍ରହଣକାରୀ ଭାଗ ନେବେ ଏବଂ ତିନି ଦିନିଆ ଆଲୋଚନା ସମୟରେ 30 ରୁ ଅଧିକ ଉତ୍ପାଦ ପ୍ରଦର୍ଶିତ ହେବ

 

**********

TRP/



(Release ID: 1698185) Visitor Counter : 147