ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କୁର୍ଣ୍ଣୁଲ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 15 FEB 2021 4:02PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି

ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି, “ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲଠାରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ସେହିଭଳି ଗୁରୁତର ଭାବେ ଆହତ ବ୍ୟକ୍ତିମାନଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବ"

 

**********

TRP/


(रिलीज़ आईडी: 1698189) आगंतुक पटल : 188
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam