ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ପାଇଁ କୌଣସି ନୂଆ ବ୍ୟବସ୍ଥା କରାଯାଇ ନାହିଁ

प्रविष्टि तिथि: 27 FEB 2021 4:27PM by PIB Bhubaneshwar

ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, 2021ର ଭାଗ IIIର ନିୟମ 16 ସଂକ୍ରାନ୍ତରେ କେତେକ ଭୁଲ ଧାରଣା ସୃଷ୍ଟି କରାଯାଇଛି। କୁହାଯାଉଛି ଯେ, ଜରୁରିକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ନିମନ୍ତେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ନିର୍ଦ୍ଦେଶ ଜାରି କରିପାରିବେ।

ମାତ୍ର ଏଠାରେ ସ୍ପଷ୍ଟ କରି ଦିଆଯାଉଛି ଯେ ଏହା କୌଣସି ନୂଆ ବ୍ୟବସ୍ଥା ନୁହେଁ। ବିଗତ 11 ବର୍ଷ ଧରି, 2009 ପରଠାରୁ, ସୂଚନା ପ୍ରଯୁକ୍ତି (ଜନସାଧାରଣଙ୍କୁ ମିଳୁଥିବା ସୂଚନା ଉପରେ ପ୍ରତିବନ୍ଧକ ଲଗାଇବା ଲାଗି ପ୍ରକ୍ରିୟା ଓ ସୁରକ୍ଷା ବ୍ୟବସ୍ଥା) ନିୟମାବଳୀ, 2009 ଅନ୍ତର୍ଗତ ଏହି ବ୍ୟବସ୍ଥାକୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରଣାଳୟର ସଚିବ କାର୍ଯ୍ୟକାରୀ କରି ଆସୁଥିଲେ। 

25 ଫେବୃଆରୀ, 2021ରେ ଜାରି ହୋଇଥିବା ନିୟମାବଳୀ ଅନ୍ତର୍ଗତ କେବଳ ଏହି ବ୍ୟବସ୍ଥାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବଙ୍କ କ୍ଷମତା ଅଧୀନକୁ ଅଣାଯାଇଛି। କାରଣ ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, 2021କୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ କାର୍ଯ୍ୟକାରୀ କରିବ। 

ଏହା ପୁନଃସ୍ପଷ୍ଟ କରି ଦିଆଯାଉଛି ଯେ- ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, 2021 ଅନ୍ତର୍ଗତ କଣ୍ଟେଣ୍ଟ ବ୍ଲକ୍ କରିବା ଲାଗି ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ କିମ୍ବା କୌଣସି ନୂଆ ବ୍ୟବସ୍ଥା ମଧ୍ୟ କରାଯାଇନାହିଁ। 

 

********

P.S


(रिलीज़ आईडी: 1701408) आगंतुक पटल : 250
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Punjabi , Telugu