ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭିରାର ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ରାଶି ଘୋଷଣା
Posted On:
23 APR 2021 9:46AM by PIB Bhubaneshwar
ଭିରାରସ୍ଥିତ କୋଭିଡ-19 ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମହାରାଷ୍ଟ୍ରର ଭିରାର ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ଫଣ୍ଡରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ମଧ୍ୟ ସେ ଘୋଷଣା କରିଛନ୍ତି ।
**********
TRP/
(Release ID: 1713669)
Visitor Counter : 218
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam