ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 20 MAY 2021 9:07AM by PIB Bhubaneshwar

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ । ନିଜର ଦୀର୍ଘ ରାଜନୈତିକ ଏବଂ ପ୍ରଶାସନିକ ଜୀବନ କାଳରେ, ସେ ସାମାଜିକ ସଶକ୍ତିକରଣ ଦିଗରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ । ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି” ।

 

**********

TRP/


(रिलीज़ आईडी: 1720437) आगंतुक पटल : 233
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam