ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ବଜ୍ରପାତ ଜନିତ ପ୍ରାଣ ହାନି ପାଇଁ ସମବେଦନା ଜଣାଇବା ସହିତ ପୀଡ଼ିତଙ୍କ ଲାଗି ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 07 JUN 2021 9:03PM by PIB Bhubaneswar

ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ବଜ୍ରପାତ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍‌ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପଶ୍ଚିମବଙ୍ଗର କେତେକଞ୍ଚଳରେ ବଜ୍ରପାତ ଯୋଗୁଁ ଯେଉଁମାନେ ନିଜର ନିକଟ ତଥା ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି”

ଏହି ବଜ୍ରପାତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ସହିତ ଗୁରୁତର ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମଧ୍ୟ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି

 


/

**********

TRP/


(ରିଲିଜ ଆଡି: 1725214) ପରିଦର୍ଶକ କାଉଣ୍ଟର : 189