ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କାନପୁର ସଡକ ଦୁର୍ଘଟଣା ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୀଡ଼ିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 09 JUN 2021 8:35AM by PIB Bhubaneswar

ଉତ୍ତରପ୍ରଦେଶର କାନପୁର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପୀଡ଼ିତଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ନିଜର ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।

 

**********

TRP/


(ରିଲିଜ ଆଡି: 1725551) ପରିଦର୍ଶକ କାଉଣ୍ଟର : 224