ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କାନପୁର ସଡକ ଦୁର୍ଘଟଣା ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୀଡ଼ିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା

प्रविष्टि तिथि: 09 JUN 2021 8:35AM by PIB Bhubaneshwar

ଉତ୍ତରପ୍ରଦେଶର କାନପୁର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପୀଡ଼ିତଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ନିଜର ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।

 

**********

TRP/


(रिलीज़ आईडी: 1725551) आगंतुक पटल : 210
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam