ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି 26.68 କୋଟି ଡୋଜରୁ ଅଧିକ ଟିକା

ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି 1.40 କୋଟିରୁ ଅଧିକ ଡୋଜ

प्रविष्टि तिथि: 14 JUN 2021 11:41AM by PIB Bhubaneshwar

ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ ସେନେଇ ମଧ୍ୟ ଭାରତ ସରକାର ସୁବିଧା କରାଇଛନ୍ତି । ଟିକାକରଣ, ପରୀକ୍ଷଣ, ଚିହ୍ନଟ, ଚିକିତ୍ସା ଓ କୋଭିଡ ନିୟମାବଳୀ ପାଳନ ମହାମାରୀ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଅଂଶବିଶେଷ ।

କୋଭିଡ-19 ଟିକାକରଣର ଉଦାର ଓ ତ୍ୱରିତ ପର୍ଯ୍ୟାୟ-3 ମେ 01, 2021ରୁ ଆରମ୍ଭ ହୋଇଛି ।

ଏହି ରଣନୀତି ଅନୁଯାୟୀ, ଭାରତ ସରକାର ପ୍ରତ୍ୟେକ ମାସରେ କେନ୍ଦ୍ରୀୟ ଔଷଧ ଗବେଷଣାଗାର (ସିଡିଏଲ) ମଞ୍ଜୁରୀ ପ୍ରାପ୍ତ ଯେକୌଣସି ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ଟିକାର 50% କ୍ରୟ କରିବେ । ଭାରତ ସରକାର ପୂର୍ବଭଳି ଏହି ଟିକାର ଡୋଜ ଗୁଡ଼ିକୁ ବିନା ମୂଲ୍ୟରେ ରାଜ୍ୟ ସରକାରମାନଙ୍କୁ ଯୋଗାଇ ଦେବେ ।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ 26.68 କୋଟି ଡୋଜରୁ ଅଧିକ (26,68,36,620) ଟିକା ଉପଲବ୍ଧ କରାଇଛନ୍ତି

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ 25,27,66,396 ଡୋଜ ଟିକା (ଆଜି ସକାଳ 8ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ 1.40 କୋଟି (1,40,70,224) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।

ଏହା ବ୍ୟତୀତ, ବର୍ତ୍ତମାନ 96,490ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା 3 ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

 

**********

TRP/

 


(रिलीज़ आईडी: 1726927) आगंतुक पटल : 218
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Punjabi , Gujarati , Tamil , Telugu , Kannada , Malayalam