ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 16 JUN 2021 9:21AM by PIB Bhubaneshwar

ଭାରତର ସକ୍ରିୟ କରୋନା ମାମଲା 8,65,432କୁ ହ୍ରାସ ପାଇଛି ।

70 ଦିନ ପରେ ସକ୍ରିୟ କାରୋନା ମାମଲା 9 ଲକ୍ଷରୁ କମ ରହିଛି । 

ଗତ 24 ଘଣ୍ଟା ମଧ୍ୟରେ ଭାରତରେ ନୂଆ କରୋନା ମାମଲା ସଂଖ୍ୟା 62,224 ରହିଛି ।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,83,88,100 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 1,07,628 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 34 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 95.80 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତରୁ ତଳକୁ ହ୍ରାସ ପାଇଛି, ବର୍ତ୍ତମାନ ଏହା 4.17 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 3.22 ପ୍ରତିଶତ, ଯାହା କ୍ରମାଗତ ଭାବେ 9 ଦିନ ମଧ୍ୟରେ ଏହା 5 ପ୍ରତିଶତ ତଳେ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 38.33 କୋଟି ପରୀକ୍ଷା କରାଯାଇଛି ।

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 25.19 କୋଟି ଡୋଜ ଟିକା ଦିଆଯାଇଛି ।

 

**********

TRP/


(Release ID: 1727614) Visitor Counter : 173