ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜରାଟ ସଡକ ଦୁର୍ଘଟଣା ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୀଡ଼ିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା

Posted On: 16 JUN 2021 2:11PM by PIB Bhubaneshwar

ଗୁଜରାଟର ଆନନ୍ଦ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପୀଡ଼ିତଙ୍କ ପାଇଁ ମଧ୍ୟ ସେ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ୍ କରି କୁହାଯାଇଛି, “ଗୁଜରାଟର ଆନନ୍ଦ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ମର୍ମାହତ । ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ସମବେଦନା । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ@ନରେନ୍ଦ୍ରମୋଦୀ” ।

 

**********

TRP/



(Release ID: 1727704) Visitor Counter : 132