ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି 27.28 କୋଟି ଡୋଜରୁ ଅଧିକ ଟିକା

ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି 2.18 କୋଟିରୁ ଅଧିକ ଡୋଜ

Posted On: 17 JUN 2021 10:55AM by PIB Bhubaneshwar

ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ ସେନେଇ ମଧ୍ୟ ଭାରତ ସରକାର ସୁବିଧା କରାଇଛନ୍ତି । ଟିକାକରଣ, ପରୀକ୍ଷଣ, ଚିହ୍ନଟ, ଚିକିତ୍ସା ଓ କୋଭିଡ ନିୟମାବଳୀ ପାଳନ ମହାମାରୀ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଅଂଶବିଶେଷ ।

କୋଭିଡ-19 ଟିକାକରଣର ଉଦାର ଓ ତ୍ୱରିତ ପର୍ଯ୍ୟାୟ-3 ମେ 01, 2021ରୁ ଆରମ୍ଭ ହୋଇଛି ।

ଏହି ରଣନୀତି ଅନୁଯାୟୀ, ଭାରତ ସରକାର ପ୍ରତ୍ୟେକ ମାସରେ କେନ୍ଦ୍ରୀୟ ଔଷଧ ଗବେଷଣାଗାର (ସିଡିଏଲ) ମଞ୍ଜୁରି ପ୍ରାପ୍ତ ଯେକୌଣସି ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ଟିକାର 50% କ୍ରୟ କରିବେ । ଭାରତ ସରକାର ପୂର୍ବଭଳି ଏହି ଟିକାର ଡୋଜ ଗୁଡ଼ିକୁ ବିନା ମୂଲ୍ୟରେ ରାଜ୍ୟ ସରକାରମାନଙ୍କୁ ଯୋଗାଇ ଦେବେ ।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ 27.28 କୋଟି ଡୋଜରୁ ଅଧିକ (27,28,31,900) ଟିକା ଉପଲବ୍ଧ କରାଇଛନ୍ତି ।

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ 25,10,03,417 ଡୋଜ ଟିକା (ଆଜି ସକାଳ 8ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ 2.18 କୋଟି (2,18,28,483) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।

ଏହା ବ୍ୟତୀତ, ବର୍ତ୍ତମାନ 56,70,350ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା 3 ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

 

**********

TRP/



(Release ID: 1727940) Visitor Counter : 162