ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି 29.35 କୋଟି ଡୋଜରୁ ଅଧିକ ଟିକା


ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି 2.14 କୋଟିରୁ ଅଧିକ ଡୋଜ

Posted On: 22 JUN 2021 10:45AM by PIB Bhubaneshwar

ଗତକାଲିଠାରୁ ସାର୍ବଜନୀନ କୋଭିଡ-19 ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି । ମହାମାରୀକୁ ପ୍ରତିହତ ଏବଂ ପରିଚାଳନା କରିବା ନିମନ୍ତେ ପରୀକ୍ଷା, ଚିହ୍ନଟ, ଚିକିତ୍ସା ଏବଂ କୋଭିଡ ଉପଯୁକ୍ତ ବ୍ୟବହାର ସମେତ ଟିକାକରଣ ହେଉଛି ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସାରା ଦେଶରେ କୋଭିଡ-19 ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା 16 ଜାନୁଆରୀ 2021ରେ ରାଷ୍ଟ୍ରବ୍ୟାପୀ କୋଭିଡ-19 ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତ୍ତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶ୍ରୁଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି ।

ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ଵରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-19 ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ 75 ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି ।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ 29.35 କୋଟି ଡୋଜରୁ ଅଧିକ (29,35,04,820) ଟିକା ଉପଲବ୍ଧ କରାଇଛନ୍ତି ।

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ 27,20,14,523 ଡୋଜ ଟିକା (ଆଜି ସକାଳ 8ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ 2.14 କୋଟି (2,14,90,297) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।

ଏହା ବ୍ୟତୀତ, ବର୍ତ୍ତମାନ 33,80,590ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା 3 ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

 

**********

TRP/

 



(Release ID: 1729565) Visitor Counter : 201