ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 24 JUN 2021 9:22AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ 30.16 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।

ଗତ 24 ଘଣ୍ଟା ମଧ୍ୟରେ ଭାରତରେ 64.89 ଲକ୍ଷ ଟିକା ଡୋଜ ବିନିଯୋଗ ହୋଇଛି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 54,069 ରହିଛି ।

ଭାରତର ମୋଟ ସକ୍ରିୟ କରୋନା ମାମଲା ସଂଖ୍ୟା 6,27,057କୁ ହ୍ରାସ ପାଇଛି ।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,90,63,740 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 68,885 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 42 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 96.61 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 3.04 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.91 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 17 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 39.78 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1730135) Visitor Counter : 201