ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 26 JUN 2021 9:21AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ 31.50 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।

ଗତ 24 ଘଣ୍ଟା ମଧ୍ୟରେ ଭାରତରେ 61.19 ଲକ୍ଷ ଟିକା ଡୋଜ ବିନିଯୋଗ ହୋଇଛି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ ସକ୍ରିୟ କରୋନା ମାମଲା ସଂଖ୍ୟା 51,667 ରହିଛି।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 5,95,565କୁ ହ୍ରାସ ପାଇଛି, ଯାହା 86 ଦିନ ପରେ 6 ଲକ୍ଷରୁ କମ ରହିଛି ।

ସକ୍ରିୟ ମାମଲା ମୋଟ ମାମଲାର 1.97 ପ୍ରତିଶତରେ ରହିଛି

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,91,93,085 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 64,818 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 44 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 96.72 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.97 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.79 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 19 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 40.18 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1730487) Visitor Counter : 283