ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା
Posted On:
27 JUN 2021 9:26AM by PIB Bhubaneshwar
ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ 32.17 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।
ଗତ 24 ଘଣ୍ଟା ମଧ୍ୟରେ ଭାରତରେ 64.25 ଲକ୍ଷ ଟିକା ଡୋଜ ବିନିଯୋଗ ହୋଇଛି ।
ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ ସକ୍ରିୟ କରୋନା ମାମଲା ସଂଖ୍ୟା 50,040 ରହିଛି।
ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 5,86,403କୁ ହ୍ରାସ ପାଇଛି ।
ସକ୍ରିୟ ମାମଲା ମୋଟ ମାମଲାର 1.94 ପ୍ରତିଶତରେ ରହିଛି ।
ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,92,51,029 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଗତ 24 ଘଣ୍ଟା ମଧ୍ୟରେ 57,944 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
କ୍ରମାଗତ 45 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।
ସୁସ୍ଥତା ହାର 96.75 ପ୍ରତିଶତକୁ ବୃଦ୍ଧି ପାଇଛି ।
ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.91 ପ୍ରତିଶତରେ ରହିଛି ।
ଦୈନିକ ପଜିଟିଭିଟି ହାର 2.82 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 20 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।
ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 40.42 କୋଟି ପରୀକ୍ଷା କରାଯାଇଛି ।
**********
TRP/
(Release ID: 1730696)
Visitor Counter : 223