ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

ପୋଷ୍ଟ କରାଯିବା ଦିନାଙ୍କ: 28 JUN 2021 9:15AM by PIB Bhubaneswar

କୋଭିଡ-19 ଟିକାକରଣରେ ଭାରତ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି ଏବଂ ମୋଟ ବ୍ୟବହୃତ କୋଭିଡ ଡୋଜ ଟିକା ସଂଖ୍ୟାରେ ଆମେରିକାକୁ ଅତିକ୍ରମ କରିଛି

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ ମୋଟ 32.36 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।  

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ ସକ୍ରିୟ କରୋନା ମାମଲା ସଂଖ୍ୟା 46,148 ରହିଛି।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 5,72,994କୁ ହ୍ରାସ ପାଇଛି

ସକ୍ରିୟ ମାମଲା ମୋଟ ମାମଲାର 1.89 ପ୍ରତିଶତରେ ରହିଛି

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,93,09,607 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 58,578 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 46 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 96.80 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.81 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.94 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 21 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 40.63 କୋଟି ପରୀକ୍ଷା କରାଯାଇଛି ।

 

**********

TRP/


(ରିଲିଜ ଆଡି: 1730988) ପରିଦର୍ଶକ କାଉଣ୍ଟର : 263