ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି 31.83 କୋଟି ଡୋଜରୁ ଅଧିକ ଟିକା

ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି 78 ଲକ୍ଷରୁ ଅଧିକ ଡୋଜ

Posted On: 29 JUN 2021 10:50AM by PIB Bhubaneshwar

ସାରା ଦେଶରେ କୋଭିଡ-19 ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ଜୁନ 21, 2021ରୁ ସାର୍ବଜନୀନ କୋଭିଡ-19 ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି । ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତ୍ତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶୃଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି ।

ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ଵରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-19 ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ 75 ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି ।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ 31.83 କୋଟି ଡୋଜରୁ ଅଧିକ (31,83,36,450) ଟିକା ଉପଲବ୍ଧ କରାଇଛନ୍ତି ।

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ 31,04,91,565 ଡୋଜ ଟିକା (ଆଜି ସକାଳ 8ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ 78 ଲକ୍ଷ (78,44,885) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।

ଏହା ବ୍ୟତୀତ, ବର୍ତ୍ତମାନ 15,18,560ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା 3 ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

 

**********

TRP/



(Release ID: 1731273) Visitor Counter : 197