ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜୁଲାଇ ପହିଲାରେ ‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
प्रविष्टि तिथि:
29 JUN 2021 7:06PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 1 ତାରିଖ ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ର ହିତାଧିକାରୀଙ୍କ ସହିତ ଆଲୋଚନା କରିବେ।
ପ୍ରଧାନମନ୍ତ୍ରୀ ଜୁଲାଇ 1 ତାରିଖ, 2015ରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନ ଆରମ୍ଭ କରିଥିଲେ। ଏହାକୁ ଏବେ ଛଅ ବର୍ଷ ପୂରଣ ହେବାକୁ ଯାଉଛି। ଏହି ଅବସରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।
‘ଡିଜିଟାଲ ଇଣ୍ଡିଆ’ ନୂତନ ଭାରତର ଅନ୍ୟତମ ସଫଳ କାର୍ଯ୍ୟକ୍ରମ ଭାବେ ପ୍ରମାଣିତ ହୋଇଛି। ଏହା ସହଜ ସେବା ଉପଲବ୍ଧତା, ସରକାରଙ୍କୁ ନାଗରିକମାନଙ୍କ ନିକଟତର କରିବା, ନାଗରିକମାନଙ୍କ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କୁ ସଶକ୍ତ କରିଛି।
ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।
*********
P.S
(रिलीज़ आईडी: 1731280)
आगंतुक पटल : 210
इस विज्ञप्ति को इन भाषाओं में पढ़ें:
Malayalam
,
Assamese
,
Tamil
,
Telugu
,
Kannada
,
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Punjabi
,
Gujarati