ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି 32.13 କୋଟି ଡୋଜରୁ ଅଧିକ ଟିକା

ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି 73 ଲକ୍ଷରୁ ଅଧିକ ଡୋଜ

Posted On: 30 JUN 2021 11:10AM by PIB Bhubaneshwar

ସାରା ଦେଶରେ କୋଭିଡ-19 ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ଜୁନ 21, 2021ରୁ ସାର୍ବଜନୀନ କୋଭିଡ-19 ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି । ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତ୍ତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶୃଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି ।

ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ଵରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-19 ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ 75 ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି ।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ 32.13 କୋଟି ଡୋଜରୁ ଅଧିକ (32,13,75,820) ଟିକା ଉପଲବ୍ଧ କରାଇଛନ୍ତି ।

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ 31,40,75,654 ଡୋଜ ଟିକା (ଆଜି ସକାଳ 8ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ 73 ଲକ୍ଷ (73,00,166) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।

ଏହା ବ୍ୟତୀତ, ବର୍ତ୍ତମାନ 24,65,980ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା 3 ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ ।

 

**********

TRP/


(Release ID: 1731695) Visitor Counter : 265