ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 03 JUL 2021 9:19AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 34.46 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 44,111 ରହିଛି ।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 4,95,533କୁ ହ୍ରାସ ପାଇଛି, ଯାହା 97 ଦିନ ପରେ 5 ଲକ୍ଷରୁ କମ ରହିଛି

ସକ୍ରିୟ ମାମଲା ମୋଟ ମାମଲାର 1.62 ପ୍ରତିଶତରେ ରହିଛି

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,96,05,779 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 57,477 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 51 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 97.06 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.50 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.35 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 26 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 41.64 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1732527) Visitor Counter : 236