ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା
Posted On:
04 JUL 2021 9:15AM by PIB Bhubaneshwar
ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 35.12 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।
ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 43,071 ରହିଛି ।
ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 4,85,350କୁ ହ୍ରାସ ପାଇଛି ।
ସକ୍ରିୟ ମାମଲା ମୋଟ ମାମଲାର 1.59 ପ୍ରତିଶତରେ ରହିଛି ।
ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,96,58,078 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଗତ 24 ଘଣ୍ଟା ମଧ୍ୟରେ 52,299 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
କ୍ରମାଗତ 52 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।
ସୁସ୍ଥତା ହାର 97.09 ପ୍ରତିଶତକୁ ବୃଦ୍ଧି ପାଇଛି ।
ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.44 ପ୍ରତିଶତରେ ରହିଛି ।
ଦୈନିକ ପଜିଟିଭିଟି ହାର 2.34 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 27 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।
ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 41.82 କୋଟି ପରୀକ୍ଷା କରାଯାଇଛି ।
**********
TRP/
(Release ID: 1732649)
Visitor Counter : 227