ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 08 JUL 2021 9:07AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 36.48 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 45,892 ରହିଛି ।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ବର୍ତ୍ତମାନ 4,60,704 ରହିଛି

ସକ୍ରିୟ ମାମଲା ମୋଟ ମାମଲାର 1.5 ପ୍ରତିଶତରେ ରହିଛି ।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,98,43,825 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 44,291 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ସୁସ୍ଥତା ହାର 97.18 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.37 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.42 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 17 ଦିନ ମଧ୍ୟରେ 3 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 42.52 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1733859) Visitor Counter : 236