ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା
Posted On:
09 JUL 2021 9:05AM by PIB Bhubaneshwar
ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 36.89 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।
ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 43,393 ରହିଛି ।
ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ବର୍ତ୍ତମାନ 4,58,727 ରହିଛି ।
ସକ୍ରିୟ ମାମଲା ମୋଟ ମାମଲାର 1.49 ପ୍ରତିଶତରେ ରହିଛି ।
ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,98,88,284 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଗତ 24 ଘଣ୍ଟା ମଧ୍ୟରେ 44,459 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ସୁସ୍ଥତା ହାର 97.19 ପ୍ରତିଶତକୁ ବୃଦ୍ଧି ପାଇଛି ।
ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.36 ପ୍ରତିଶତରେ ରହିଛି ।
ଦୈନିକ ପଜିଟିଭିଟି ହାର 2.42 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 18 ଦିନ ମଧ୍ୟରେ 3 ପ୍ରତିଶତରୁ କମ୍ ରହିଛି ।
ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 42.70 କୋଟି ପରୀକ୍ଷା କରାଯାଇଛି ।
**********
TRP/
(Release ID: 1734332)
Visitor Counter : 175