ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 11 JUL 2021 9:21AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 37.60 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 41,506 ରହିଛି ।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ବର୍ତ୍ତମାନ 4,54,118 ରହିଛି

ସକ୍ରିୟ ମାମଲା ମୋଟ ମାମଲାର 1.47 ପ୍ରତିଶତରେ ରହିଛି ।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,99,75,064 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 41,526 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ସୁସ୍ଥତା ହାର 97.20 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.32 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.25 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 20 ଦିନ ମଧ୍ୟରେ 3 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 43.08 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1734618) Visitor Counter : 131